(ସୁ) ରକ୍ଷା (ର) ବନ୍ଧନ

Rakhi Purnima

ପିଲାଦିନେ, ମୋର ମନେ ଅଛି ଯେଉଁଥିରେ ଆମେ ଆମ ଘର ନିକଟ ଷ୍ଟୋର୍‌କୁ ଯିବା ଏବଂ ଉତ୍ସାହର ସହିତ ପ୍ରଦର୍ଶନରେ ଥିବା ଅଗଣିତ ରାଖୀଙ୍କ ମଧ୍ୟରେ, ଆମର ପ୍ରିୟ ଭାଇମାନଙ୍କୁ ଉପହାର ଦେବା ପାଇଁ ସର୍ବୋତ୍ତମ ଚୟନ କରିବା|

raksha-bandhan

ଏହା ଅଗଷ୍ଟ ଏବଂ ଏହାର ଅର୍ଥ କେବଳ ଗୋଟିଏ ଜିନିଷ ହୋଇପାରେ: ପର୍ବ – ଭାରତରେ ପସରା ଖୋଲିବ ପର୍ବପର୍ବାଣି | ଏହି ବର୍ଷ, ଅଗଷ୍ଟ 3 ତାରିଖ, ରକ୍ଷା ବନ୍ଧନ |ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କଦ୍ୱାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।

ପୁରାଣ

ପୁରାଣ ଓ ଇତିହାସରେ ରହିଛି ରକ୍ଷାବନ୍ଧନର ଅନେକ ଘଟଣା । ପୁରାଣରେ ଅସୁର ରାଜାବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରକ୍ଷାବନ୍ଧନ ଭଉଣୀର ସମ୍ମାନ ରକ୍ଷା କରିଆସିଛି ।

  • ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ ଭକ୍ତ ଥିଲେ, ତାଙ୍କ ଉପରେ କୈଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।
  • ମହାଭାରତରେ ମଧ୍ୟ ଏପରି ଏକ ପୌରାଣିକ କାହାଣୀ ରହିଛି।କାହାଣୀଟି କୃଷ୍ଣ ଓ ଦ୍ରୌପଦୀଙ୍କୁ ନେଇ । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଉଦ୍ୟତ ହେଲେ ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନକରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।

ଇତିହାସ

ଇତିହାସରେ ମଧ୍ୟ ରହିଛି ରକ୍ଷାବନ୍ଧନ । ଯଦିଓ ଏହାପଛରେ ରହିଛି ରାଜନୈତିକ ଅଭିସନ୍ଧି, ତେବେ ବି ରାକ୍ଷୀ ବାନ୍ଧିଥିବା ଭଉଣୀର ସମ୍ମାନ ରକ୍ଷା ପାଇଁ ଭାଇ ପଛଘୁଞ୍ଚା ଦେଇନାହିଁ ।

  • ପ୍ରଥମ ଘଟଣାଟି ହେଲା ଖ୍ରୀଷ୍ଟପୂର୍ବ ୩୦୦ ବର୍ଷ ତଳର । ମାସିଡୋନିଆର ସମ୍ରାଟ ଆଲେକଜାଣ୍ଡାର ଭାରତ ଉପରେ ବିଜୟ ଲାଭ ପାଇଁ ଅଗ୍ରସର ହେଉଥିବା ବେଳେ ରାଜା ପୁରୁଙ୍କ ସମ୍ମୁଖୀନ ହେଇଥିଲେ । ପ୍ରଥମ ଥର ପୁରୁଙ୍କଠାରୁ ଆଲେକଜାଣ୍ଡାର ପରାସ୍ତ ହେଲେ, ସେତେବେଳେ ଆଲେକଜାଣ୍ଡାରଙ୍କ ପତ୍ନୀ ପୁରୁଙ୍କ ନିକଟକୁ ଏକ ରାକ୍ଷୀ ପ୍ରେରଣ କରିଥିଲେ। ପୁରୁ ତାଙ୍କୁ ନିଜର ଭଉଣୀ ଭାବେ ଗ୍ରହଣ କରିଥିଲେ ।
  • ଅନ୍ୟ ଘଟଣାଟି ହେଲା ରାଣୀ କର୍ଣ୍ଣାବତୀ ଓ ସମ୍ରାଟ ହୁମାୟୁନଙ୍କୁ ନେଇ । ମଧ୍ୟ ଯୁଗର ରାଜପୁତ ଯୋଦ୍ଧମାନେ ପରାକ୍ରମୀ ଥିଲେ । ସେମାନେ କୈଣସି ଆକ୍ରମଣକାରୀ ସତ ପ୍ରାଣ ଦେଇ ଲଢୁଥିଲେ । ଏମିତି ଏକ ଯୁଦ୍ଧରେ ଚିତୋରର ରାଣୀ କର୍ଣ୍ଣାବତୀ ସ୍ୱାମୀଙ୍କୁ ହରାଇବାପରେ ଯେତେବେଳେ ଅନୁଭବ କଲେ ଯେ,ସୁଲତାନ ବାହାଦୁରଶାହାଙ୍କୁ ପ୍ରତିହତ କରାଯାଇପାରିବ ନାହିଁ, ସେତେ ବେଳେ ସେ ଉପାୟଟିଏ ଚିନ୍ତାକଲେ । ମୋଗଲ ସମ୍ରାଟ ହୁମାୟୁନଙ୍କ ନିକଟକୁ ଏକ ରାକ୍ଷୀ ପଠେଇ ଦେଲେ । ହୁମାୟୁନ ମଧ୍ୟ ଏହାକୁ ଭଉଣୀର ସ୍ନେହ ମନେ କରି ଚିତୋରର ସୁରକ୍ଷାପାଇଁ ତୁରନ୍ତ ତାଙ୍କର ସୈନ୍ୟବାହିନୀ ପଠେଇଦେଇଥିଲେ ।

ଏହି ଦିନରେ ପାଳନ କରାଯାଉଥିବା ଅନ୍ୟାନ୍ୟ ପର୍ବ ପର୍ବାଣୀ

ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାକୁ ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥିଭାବେ ଗ୍ରହଣ କରାଯାଏ । ହଳମୂଷଳ ଧାରଣ କରିଥିବା ବଳଭଦ୍ରଙ୍କୁ ସମ୍ମାନ ଜଣାଇ ଏହିଦିନ ଗୋମାତାଙ୍କୁ ପୂଜା କରାଯାଏ । ସେମାନଙ୍କୁ ଗାଧୋଇ ଦିଆଯାଇ ତାଙ୍କ ଶିଙ୍ଗରେ ରାକ୍ଷୀ ବାନ୍ଧିବା ଏବଂ ପିଠା ଖାଇବାକୁ ଦେବାର ପରମ୍ପରା ରହିଛି । ବ୍ରାହ୍ମଣମାନେ ଏହି ଦିନ ମନ୍ତୁରା ପଇତା ମଧ୍ୟ ପ୍ରଦାନ କରିଥାନ୍ତି, ଏହି ପଇତା ପିନ୍ଧିଲେ ବ୍ରହ୍ମରାକ୍ଷସ କବଳରୁ ମୁକ୍ତି ମିଳେ ବୋଲି ମଧ୍ୟ ବିଶ୍ୱାସ ରହିଛି ।

ବଳରାମ ଜୟନ୍ତୀ

କୃଷ୍ଣଙ୍କ ବଡ଼ ଭାଇ ଭଗବାନ ବଳରାମ ଏହି ଦିନ ଅବତୀର୍ଣ୍ଣ ହୋଇଥିଲେ, ତେଣୁ ଏହି ଦିନଟିକୁ ବଳରାମ ଜୟନ୍ତୀ ରୂପେ ପାଳନ କରାଯାଏ ।

ଗହ୍ମା ପୂର୍ଣ୍ଣିମା

ଏହି ଦିନ ସବୁ ପାଳିତ ପଶୁ ଗାଈ, ଗୋରୁ ଆଦିଙ୍କୁ ସଜାଯାଏ ଏବଂ ପୂଜା କରାଯାଏ । ବିଭିନ୍ନ ପ୍ରକାରର ପିଠା ଓ ମିଠା ତିଆରି କରାଯାଏ ଏବଂ ପରିବାର, ବନ୍ଧୁ ବାନ୍ଧବମାନଙ୍କ ମଧ୍ୟରେ ବଣ୍ଟାଯାଏ ।

ଝୁଲଣ ପୂର୍ଣ୍ଣିମା/ ଝୁଲଣ ଯାତ୍ରା

ଶ୍ରାବଣ ମାସରେ ଶୁକ୍ଳ ପକ୍ଷ ଦଶମୀଠାରୁ ଭାଦ୍ରବ ପ୍ରତିପଦ ପର୍ଯ୍ୟନ୍ତ ୭ଦିନ ଏହି ଝୁଲଣ ଯାତ୍ରା ପର୍ବ ପାଳନ କରାଯାଏ । ଭଗବାନ କୃଷ୍ଣ ଏବଂ ରାଧା ଏହି ବର୍ଷା ଋତୁରେ ଦୋଳି ଖେଳି ଆନନ୍ଦ ନେଇଥାନ୍ତି । ରାଧା କୃଷ୍ଣଙ୍କୁ ଝୁଲଣରେ ସଜାଯାଇ ଦୋଳି ଖେଳା ଯାଇଥାଏ ।

Related posts